ରାଜ୍ୟ

କଂଗ୍ରେସ ଟିକେଟ ପାଇଁ ଟଙ୍କା କାରବାର ନେଇ ସତର୍କ କଲେ ପିସିସି ସଭାପତି

ଭୁବନେଶ୍ବର: ୨୦୨୪ ସାଧାରଣ ନିର୍ବାଚନ ପାଇଁ ସବୁ ଦଳର ଜୋରଦାର ପ୍ରସ୍ତୁତି ଚାଲିଛି। ଏହାରି ଭିତରେ କଂଗ୍ରେସ ଟିକେଟ ପାଇଁ ଟଙ୍କା କାରବାର ହେଉଥିବା ଖବର ଚର୍ଚ୍ଚାକୁ ଆସିବା ପରେ ସତର୍କ କରାଇଛି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି। ଉଭୟ ବିଧାନସଭା ଓ ଲୋକସଭା ଆଶାୟୀ ପ୍ରାର୍ଥୀଙ୍କୁ ଟିକେଟ ଦିଆଯିବାର ପ୍ରତିଶ୍ରୁତି ଦେଇ କିଛି ବ୍ୟକ୍ତି ବିଶେଷ ଟଙ୍କା ଆଦାୟ କରୁଥିବା ଖବର ପିସିସି ସଭାପତିଙ୍କ ନଜରକୁ ଆସିଥିଲା। ଏଭଳି ଖବର ସାମ୍ନାକୁ ଆସିବା ପରେ ସବୁ ଜିଲ୍ଲା ସଭାପତି ଓ ରାଜ୍ୟ ସାମ୍ମୁଖ୍ୟଙ୍କୁ ପିସିସି ପକ୍ଷରୁ ଚିଠି ଦିଆଯାଇଛି।

କୌଣସି ନେତା ଏଭଳି ଖବରକୁ ବିଶ୍ୱାସ ନକରିବାକୁ ଚିଠିରେ ସତର୍କ କରାଇ ଦିଆଯାଇଛି। ୨୦୨୪ ନିର୍ବାଚନ ପାଇଁ ଲୋକସଭା ଓ ବିଧାନସଭା ଟିକେଟ ନିର୍ଦ୍ଧାରିତ ସମୟରେ ଏଆଇସିସି ଦ୍ୱାରା ଘୋଷଣା କରାଯିବ ବୋଲି ପିସିସି ସଭାପତି ଶରତ ପଟ୍ଟନାୟକ କହିଛନ୍ତି।

Leave a Reply

Your email address will not be published. Required fields are marked *