ମୁଖ୍ୟ ଖବର

ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି: ଫେବ୍ରୁଆରି ୨୭ରେ ହେବ ଓଡ଼ିଶାର ୩ ଆସନ ଲାଗି ନିର୍ବାଚନ

ଭୁବନେଶ୍ବର: ରାଜ୍ୟସଭା ନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି। ଆସନ୍ତା ୧୫ ତାରିଖ ଯାଏଁ ପ୍ରାର୍ଥୀମାନେ ନାମାଙ୍କନ ଦାଖଲ କରିପାରିବେ। ଏହାପରେ ୧୬ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚ ଏବଂ ୨୦ ତାରିଖରେ ପ୍ରାର୍ଥିପତ୍ର ପ୍ରତ୍ୟାହର ହେବ। ଫେବ୍ରୁଆରି ୨୭ ତାରିଖରେ ନିର୍ବାଚନ ଅନୁଷ୍ଠିତ ହେବ। ଓଡ଼ିଶାର ୩ଟି ଆସନ ପାଇଁ ନିର୍ବାଚନ ହେବାକୁ ଯାଉଛି ।୧୫ଟି ରାଜ୍ୟର ୫୬ଟି ରାଜ୍ୟସଭା ଆସ ପାଇଁ ନିର୍ବାଚନ ହେବ।ଓଡ଼ିଶାର ଖାଲି ପଡୁଥିବା ୩ ଆସନ ପାଇଁ ଫେବ୍ରୁଆରି ୨୭ରେ ହେବ ରାଜ୍ୟସଭା ନିର୍ବାଚନ। ଏହି ଦିନ ଦେଶର ୫୬ଟି ଆସନ ପାଇଁ ରାଜ୍ୟସଭା ନିର୍ବାଚନ ଅନୁଷ୍ଠିତ ହେବ। ଏନେଇ ନିର୍ବାଚନ କମିଶନ ଘୋଷଣା କରିଥିଲେ। କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ପ୍ରଶାନ୍ତ ନନ୍ଦ ଓ ଅମର ପଟ୍ଟନାୟକଙ୍କ କାର୍ଯ୍ୟକାଳ ଏପ୍ରିଲ ୩ରେ ସରିବ। ଏହାପୂର୍ବରୁ ଏହି ଆସନ ଲାଗି ନିର୍ବାଚନ ଅନୁଷ୍ଠିତ ହେବ।

Leave a Reply

Your email address will not be published. Required fields are marked *