ରାଜ୍ୟ

ଗାନ୍ଧୀନଗରରୁ ପ୍ରାର୍ଥୀପତ୍ର ଦାଖଲ କଲେ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ

ଗାନ୍ଧୀନଗର: ଗୁଜରାଟର ଗାନ୍ଧୀନଗରରୁ ଦ୍ୱିତୀୟ ଥର ପାଇଁ ପ୍ରାର୍ଥୀପତ୍ର ଦାଖଲ କରିଛନ୍ତି କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ। ଏହି ସମୟରେ ଶ୍ରୀ ଶାହଙ୍କ ସହ ଗୁଜରାଟର ମୁଖ୍ୟମନ୍ତ୍ରୀ ଭୂପେନ୍ଦ୍ର ପଟେଲ ମଧ୍ୟ ଉପସ୍ଥିତ ଥିଲେ।ସୂଚନାଯୋଗ୍ୟ, ଚଳିତ ଥର ଅମିତ ଶାହଙ୍କ ବିପକ୍ଷରେ କଂଗ୍ରେସ ପ୍ରାର୍ଥୀ ହୋଇଛନ୍ତି ସୋନଲ ପଟେଲ । ୨୦୧୯ ଲୋକସଭା ନିର୍ବାଚନରେ ଗୃହମନ୍ତ୍ରୀ ଅମିତ ଶାହ ଗୁଜରାଟର ଗାନ୍ଧୀନଗର ଆସନରୁ ୮ ଲକ୍ଷ ୯୦ ହଜାରରୁ ଅଧିକ ଭୋଟ ପାଇଥିଲେ। ୨୦୧୯ ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ରହିଥିଲେ ସିଜେ ଚାୱଡା। ସେ ପାଖାପାଖି ୩ ଲକ୍ଷ ଭୋଟ ପାଇଥିଲେ। ଅମିତ ଶାହ ୫ ଲକ୍ଷ ୫୦- ହଜାର ଭୋଟ ବ୍ୟବଧାନରେ ବିଜୟୀ ହୋଇଥିଲେ।ଏଥର ଗୁଜରାଟ ଲୋକସଭାର ସମସ୍ତ ୨୬ ସିଟରେ ଗୋଟିଏ ଦିନରେ ମତଦାନ ହେବ। ଗାନ୍ଧୀ ନଗର ସବୁବେଳେ ବିଜେପିର ଗଡ଼ ହୋଇ ରହି ଆସିଛି। ୧୯୮୯ ମସିହାରୁ ବିଜେପି ଏଠାରେ ଜିତି ଆସୁଛି। ଏହି ଆସନରୁ ଅଟଳ ବିହାରୀ ବାଜପେୟୀ ଓ ଲାଲକୃଷ୍ଣ ଆଡଭାନୀ ଲଢ଼ି ବିଜୟୀ ହୋଇଥିଲେ। ଲାଲକୃଷ୍ଣ ଆଡଭାନୀ ସର୍ବାଧିକ ୬ ଥର ଏହି ଆସନରୁ ବିଜୟୀ ହୋଇଥିଲେ।

Leave a Reply

Your email address will not be published. Required fields are marked *