ରାଜ୍ୟ

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: କଟକ ଓ ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି

ଭୁବନେଶ୍ୱର: ଆଜି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି ସାରା ରାଜ୍ୟରେ। ଏହାକୁ ଆଖି ଆଗରେ ରଖି ଦ୍ବୈତ ନଗରୀ କଟକ, ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ଆଜି ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ସମ୍ଭାବନା ନେଇ ରେଡ୍ ଆଲର୍ଟ ଜାରି ହୋଇଥିବା ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଆଗାମୀ ୩୦ ତାରିଖ ଯାଏ ତାତିରୁ ନିସ୍ତାର ନାହିଁ। ଠିକ୍ ସେହିପରି ମେ’ ୯ ତାରିଖ ଯାଏ ରାଜ୍ୟରେ ବଡ଼ ଧରଣର ବର୍ଷା ନାହିଁ।

Leave a Reply

Your email address will not be published. Required fields are marked *